ସଭାପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ ଓ ପଦାଧିକାରୀ ଯୋଗଦେଲେ
କାର୍ଯ୍ୟକର୍ତାଙ୍କ ମଧ୍ୟରେ ଉତ୍ସାହ
ବିମାନବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
୨୯ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶାରେ ଡବଲଇଞ୍ଜିନ ସରକାର ଗଠନ ହେବା ପରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଓଡ଼ିଶା ଗସ୍ତରେ ଆସିଛନ୍ତି । ଏନେଇ ସାରା ଓଡ଼ିଶା ଉତ୍ସବମୁଖର ହୋଇଉଠିଛି । ବିଶେଷକରି କାର୍ଯ୍ୟକର୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଶ୍ରୀ ମୋଦିଜୀଙ୍କୁ ଦେଖିବା ପାଇଁ ବିମାନବନ୍ଦରଠାରୁ ଆରମ୍ଭ କରି ରାଜ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାଶ୍ୱର୍ରେ ଲୋକଙ୍କ ଭିଡ଼ ଜମିଥିଲା ।
