କଂଗ୍ରେସ ଏବେ ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ
କଂଗ୍ରେସର ଜିନ୍ରେ ଖରାପ ଗୁଣବତା ପଶିବା ଆରମ୍ଭ କରିଛି
ଦଳ ସମ୍ପୂର୍ଣ୍ଣ ନିଶ୍ଚିହ୍ନ ହେବାପରେ ଯାଇ ଏହି ପ୍ରକୃତି ଛାଡ଼ିବ
୩୦ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> କଂଗ୍ରେସ ଦଳର ସତା ଏବେ ହଜିବାରେ ଲାଗିଛି । ସମଗ୍ର ଦେଶରେ କଂଗ୍ରେସ ଏବେ ପକ୍ଷାଘାତର ଶିକାର ହୋଇଛି । ଏପରିକି ନିଜେ ଚାଲିବାର କ୍ଷମତା ହରାଇ ସାରିଛି । ଏବେ ଛୋଟ ଛୋଟ ଆଂଚଳିକ ଦଳର ଆଶାବାଡିକୁ ଧରି କଂଗ୍ରେସ ଚାଲିବାକୁ ଉଦ୍ୟମ କରୁଛି । ତଥାପି ପ୍ରକୃତି ଛାଡୁନାହିଁ । କଥାରେ ଅଛି ମଣିଷ ପକୃତି ମଲେ ତୁଟେ । ସେହିପରି କଂଗ୍ରେସ ଦଳ ସମ୍ପୂର୍ଣ୍ଣ ନିଶ୍ଚିହ୍ନ ହେବାପରେ ଯାଇ ଏହି ପ୍ରକୃତି ଛାଡ଼ିବ ବୋଲି ଆଶା କରାଯାଉଛି । କଂଗ୍ରେସ ଏବେ ଯେଉଁ ଅବସ୍ଥାରେ ଅଛି ଏଭିଳିସ୍ଥିତିରେ ଦଳ ତଳକୁ ତଳ ଯିବ ସିନା ଉପରକୁ ଉଠିପାରିବ ନାହିଁ ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ତଥା ଆଇନ୍ ଓ ପୂର୍ତବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।
ଶ୍ରୀ ହରିଚନ୍ଦନ କହିଛନି ଯେ, ଦେଶ ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଡିଜି ସମ୍ବିଳନୀ ଅନୁଷ୍ଠିତ ହେଉଛି । ଏହା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ମାନବ୍ୟର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କଠାରୁ ଆରମ୍ଭ କରି ଦେଶର ବରିଷ୍ଠ ନେତୃତ୍ୱ, ବିଭିନ୍ନ ପ୍ରଦେଶର ଡିିଜି, ଆଇଜି, ବିଭିନ୍ନ ସୁରକ୍ଷା ବାହିନୀର ମୁଖ୍ୟମାନେ ଯୋଗଦେଇଛନ୍ତି । ବୈଠକରେ ଦେଶର ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ଆହୁରି ଅଧିକ କିପରି ଉନ୍ନତ କରାଯାଇପାରିବ, ଅପରାଧ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ବିଷୟରେ ଆଲୋଚନା ଚାଲିଛି । ଏନେଇ ସମଗ୍ର ଦେଶର ନଜର ଏବେ ଓଡ଼ିଶା ଉପରେ ରହିଛି । ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ କଂଗ୍ରେସ ଓ ତାର ଛାମୁଆ ସଙ୍ଗଠନଗୁଡ଼ିକର ବାଚାଳାମି ଆରମ୍ଭ ହୋଇଛି । ଏଥରୁ ଅନୁମାନ ହେଉଛି କି କଂଗ୍ରେସ ଦଳର ଜିନ୍ରେ ଖରାପ ଗୁଣବତା ପଶିବା ଆରମ୍ଭ କରିଛି । ଜଣେ ଲୋକର ଚରିତ୍ର ପରବର୍ତନ ହେଲେ ଯେପରି ବିଲକ୍ଷଣ ଦେଖିବାକୁ ମିଳେ, ଠିକ୍ ସେଭଳି ପରିବର୍ତନ ଏବେ କଂଗ୍ରେସରେ ଦେଖିବାକୁ ମିଳୁଛି ।
