Home ଓଡ଼ିଶା ସିଡିଏମଓଙ୍କ ଅଚାନକ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ ଉପଯୁକ୍ତ ସେବା ପ୍ରଦାନ ନକଲେ କାର୍ଯ୍ୟାନୁଷ୍ଠାନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୩୦ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଜୟ କୁମାର ପଣ୍ଡା ଶନିବାର ଅଚାନକ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟ ପରିସର ସଫେଇ କାର୍ଯ୍ୟକୁ ସେ ପ୍ରଶଂସା କରିଥିଲେ। ନିରାମୟ କେନ୍ଦ୍ରରୁ ରୋଗୀ ଓ ସମ୍ପର୍କୀୟ ମାନେ ଲାଇନରେ ରହି ଔଷଧ ନେଉଥବା ଦେଖି ସନ୍ତୋଷବ୍ୟକ୍ତ କରିଥିଲେ। କିଛି କର୍ମଚାରୀ କାର୍ଯ୍ୟରେ ଅବହେଳା କରୁଥିବା ଦେଖି ତାଗିଦ୍ କରିଥିଲେ। କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କୁ ତାଗିଦ୍ କରିବା ସହ ରୋଗୀଙ୍କୁ ଆବଶ୍ୟକୀୟ ସହାୟତା ଓ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଥିଲେ। ପରେ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ଓ ବହୁ ଡାକ୍ତରମାନଙ୍କ ସହ ଚିକିତ୍ସାଳୟର ବିଭିନ୍ନ ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ। ଆବଶ୍ୟକ ଡାକ୍ତର, କର୍ମଚାରୀ ଅଭାବ ସହ ଚିକିତ୍ସାଳୟର ବିଭିନ୍ନ ଅଭାବ ଅସୁବିଧା ସମ୍ପର୍କରେ ଅଧିକ୍ଷକ ଶ୍ରୀ ସାହୁ ସିଡିଏମଓ ଶ୍ରୀ ପଣ୍ଡାଙ୍କ ସହ ଆଲୋଚନା କରିଥିଲେ। ଆଗାମୀ ଦିନରେ ଧୀରେ ଧୀରେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନିଯୁକ୍ତି ସହ ଅନ୍ୟାନ୍ୟ ଅସୁବିଧାର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସମ୍ମତି ଜଣାଇଥିଲେ। ଅନ୍ୟପକ୍ଷରେ ସିଡିଏମଓଙ୍କ ଅଚାନକ ଗସ୍ତ ଫଳରେ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କ ମନରେ ଛନକା ପଶିଯାଇଛି। ସିଡିଏମଓଙ୍କ ଗସ୍ତ ବେଳେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡ଼ାକ୍ତର ପ୍ରତିଭା ପାତ୍ର, ଡାକ୍ତର ମାଧବ ସାହୁ, ଶିଶୁ ରୋଗ ବିଶେଷଜ୍ଞ ଡ଼ାକ୍ତର ଦୁର୍ଗା ପ୍ରସାଦ ପଣ୍ଡା, ଡାକ୍ତର ଶୟମ୍ଭୁ ରାୟ, ଡାକ୍ତର ସନ୍ତୋଷ ଷଡ଼ଙ୍ଗୀ , ଫାର୍ମାସିଷ୍ଟ କାର୍ତ୍ତିକେଶ୍ବର ସାହୁ, ସତ୍ୟ ପଟ୍ଟନାୟକଙ୍କ ସମେତ ବହୁ କର୍ମଚାରୀ ଉପସ୍ଥିତ ଥିଲେ। Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026