୩୦ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ସ୍ନାତକୋତ୍ତର ରାଜନୀତି ବିଜ୍ଞାନ ବିଭାଗ ଆନୁକୁଲ୍ୟରେ ଛାତ୍ରଛାତ୍ରୀମାନଙ୍କର ଏକ ସମାବେଶ କଲେଜ ଦୃଶ୍ୟଶ୍ରାବ ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନବାଗତ ଛାତ୍ରଛାତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଡକ୍ଟର ଶୈଳେନ୍ଦ୍ର ଚନ୍ଦ୍ର ଦେଓ ସଭାପତିତ୍ୱ କରିବା ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଭାବେ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଯୋଗଦାନ କରି ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ସହିତ ନୂଆ କରି ୨ବର୍ଷ ତଳେ ଖୋଲାଯାଇଥିବା ଏହି ସ୍ନାତକୋତ୍ତର ବିଭାଗକୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଥିଲେ ।
