
୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟ ତରଫରୁ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିସରରୁ ଏକ ଶୋଭାଯାତ୍ରା ବାହାରି ଛାତ୍ର ଛାତ୍ରୀ ମାନେ ଏଡ଼ସ ସମ୍ପର୍କିତ ପ୍ଲା କାର୍ଡ ଧରି ବିଭିନ୍ନ ସ୍ଲୋଗାନ ମାନ ଦେଇ ସମଗ୍ର ଗ୍ରାମ ପରିକ୍ରମା କରି ସଚେତନ କରାଇଥିଲେ l

