୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ଜିଲ୍ଲା ଗଣିଆ ଶିକ୍ଷକ ଭବନ ପରିସରରେ ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୂତି ଭୂଷଣ କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ରାଜ୍ୟ ସମ୍ପାଦକ ବେଣୁଧର ପଣ୍ଡା, ରାଜ୍ୟ ଉପସଭାପତି ହୃଷିକେଶ ମହାନ୍ତି, ନୟାଗଡ଼ ଜିଲ୍ଲା ସଭାପତି ଶ୍ରୀକାନ୍ତ କୁମାର ଖଟେଇ, ଜିଲ୍ଲା ସମ୍ପାଦକ ବୈଦ୍ୟଭୂଷଣ ମହାପାତ୍ର, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ, ଆଞ୍ଚଳିକ ସାମ୍ବାଦିକ ସଂଘ ଗଣିଆର ସଭାପତି ଅଖିଳ ବିହାରୀ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଅତିଥି ପରିଚୟ ପ୍ରଦାନ କରିବା ସହିତ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ ।
