Home ଓଡ଼ିଶା ପଞ୍ଚମ ବାର୍ଷିକ ରାଜ୍ୟ ସ୍ତରୀୟ ପ୍ରାଚୀନ ସଂସ୍କୃତିରେ ପର୍ଯ୍ୟଟନ ସାହିତ୍ୟ ଶୀର୍ଷକ କର୍ମଶାଳା ଓ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୩ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :-> ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ସହାୟତାରେ କୋଣାର୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିକାଶ ପରିଷଦ ପକ୍ଷରୁ ଆଶ୍ରମ ସ୍କୁଲ ଠାରେ କୋଣାର୍କ ଉତ୍ସବ ଅବସରରେ ପଞ୍ଚମ ବାର୍ଷିକ ରାଜ୍ୟ ସ୍ତରୀୟ ପ୍ରାଚୀନ ସଂସ୍କୃତିରେ ପର୍ଯ୍ୟଟନ ସାହିତ୍ୟ ଶୀର୍ଷକ କର୍ମଶାଳା ଓ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ପ୍ରଦୀପ କୁମାର ଛାଟୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗଦେଇ ପ୍ରାଚୀନ ସଂସ୍କୃତିରେ ପର୍ଯ୍ୟଟନ ସାହିତ୍ୟର ଇତିହାସ, ବିଭିନ୍ନ ଦିଗ ଓ ଭବିଷ୍ୟତ ପଢି ମାନେ କିଭଳି ଏ ସମ୍ପର୍କରେ ଅବଗତ ହୋଇ ଏହାର ପୁନରୁଦ୍ଧାର ଓ ବିକାଶ ଦିଗରେ ଯତ୍ନବାନ ହୋଇପାରିବେ ଆଲୋଚନା କରିଥିଲେ । ଏହି ପରିପ୍ରେକ୍ଷୀରେ କୋଣାର୍କ ଏନଏସି ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ପର୍ଯ୍ୟଟନ ସ୍ଥଳୀ, ସଂସ୍କୃତି ଓ ପରମ୍ପରା ଉପରେ ଆୟୋଜିତ ବକ୍ତୃତା, ପ୍ରବନ୍ଧ ଓ ସାଧାରଣ ଜ୍ଞାନ ସମ୍ବନ୍ଧରେ ଅନୁଷ୍ଠିତ ପ୍ରତିଯୋଗିତା ରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ କପସିଲ ଓ ମାନପତ୍ର ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା । ଅନୁଷ୍ଠାନର ସମ୍ପାଦକ ଭାଗୀରଥୀ ସ୍ଵାଇଁ କାର୍ଯ୍ୟକ୍ରମର ଆଭିମୁଖ୍ୟ, ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ କୋଣାର୍କ ତଥା ଆଖପାଖ ଅଞ୍ଚଳର ବୁଦ୍ଧିଜୀବୀ, ଶିକ୍ଷାବିତ, ସଂସ୍କୃତି ଓ ପର୍ଯ୍ୟଟନ ପ୍ରେମୀ ନାଗରିକଙ୍କ ସମେତ ସ୍ଥାନୀୟ ଅଂଚଳର ବିଭିନ୍ନ ବିଦ୍ୟାଳୟର ୧୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଶେଷରେ ଅନୁଷ୍ଠାନର ସମ୍ପାଦକ ଭାଗୀରଥୀ ସ୍ଵାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସାମ୍ବାଦିକ ପରିଚାଳନା କରିଥିଲେ । Categories: ଓଡ଼ିଶା, ପୁରୀ, ହୋମ୍ Related Content ବରିଷ୍ଠ ଫଟୋ ସାମ୍ବାଦିକଙ୍କ ମାତୃ ବିୟୋଗ by Proprietor Abhimanyu Maharana August 8, 2026 ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ - ସାଂସଦ ଦିଲ୍ଲୀପ ରାୟ by Proprietor Abhimanyu Maharana August 8, 2026 ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ by Proprietor Abhimanyu Maharana August 7, 2026 ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ by Proprietor Abhimanyu Maharana August 7, 2026 ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ by Proprietor Abhimanyu Maharana August 7, 2026 ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି by Proprietor Abhimanyu Maharana August 7, 2026