୦୩ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ସମଗ୍ର ଶିକ୍ଷା ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଅଛି l ଏହିଆବସର ରେ ଭିନ୍ନକ୍ଷମ ମାନଙ୍କର ଏକ ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ସହର ପରିକ୍ରମା କରିଥିଲା l ପରେ ପରେ ନୟାଗଡ଼ ଷ୍ଟାଡିୟମ୍ ଠାରେ ଭିନ୍ନକ୍ଷମ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

