୦୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ସହାୟତାରେ କୋଣାର୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିକାଶ ପରିଷଦ ପକ୍ଷରୁ ଆଶ୍ରମ ସ୍କୁଲ ଠାରେ କୋଣାର୍କ ଉତ୍ସବ ଅବସରରେ ପଞ୍ଚମ ବାର୍ଷିକ ରାଜ୍ୟ ସ୍ତରୀୟ ପ୍ରାଚୀନ ସଂସ୍କୃତିରେ ପର୍ଯ୍ୟଟନ ସାହିତ୍ୟ ଶୀର୍ଷକ କର୍ମଶାଳା ଓ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ପ୍ରଦୀପ କୁମାର ଛାଟୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ବରିଷ୍ଟ ଐତିହ୍ୟ ବିଶାରଦ ତଥା ସୋଲାର ସମ୍ପାଦକ ହରିଶ୍ଚନ୍ଦ୍ର ଦାଶ, ଆଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ପଣ୍ଡା, ପୁରୀ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଅକ୍ଷୟ କୁମାର ନାୟକ,

