Home ଓଡ଼ିଶା ଭାରସାମ୍ୟ ହରାଇ ପରିବା ଦୋକାନ ଓ ଚାହା ଦୋକାନ ଉପରେ ଚଢ଼ିଗଲା ଓ୍ବାଗନର କାର : ୪ ଆହତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ମଙ୍ଗଳବାର ମଧ୍ୟାହ୍ନ ରେ ଦ୍ରୁତ ଗତିରେ ଆସି ଦୁଇ ଜଣଙ୍କୁ ଧକ୍କା ଦେବାପରେ ରାସ୍ତା କଡ଼ରେ ଥିବା ପରିବା ଦୋଦାନ ଓ ଚାହା ଦୋକାନ ଉପରେ ଚଢ଼ିଗଲା ଓ୍ବାଗନର କାର୍ ନଂ.ଓଡି-୧୨-ଇ-୫୬୦୪ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରର ୫୯ ନଂ ଜାତୀୟ ରାଜପଥ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଛକରେ । ଏହି ଦୁର୍ଘଟଣାରେ ରାସ୍ତାରେ ଯାଉଥିବା ବେଳେ ଧକ୍କା ଖାଇଥିବା ଜଣେ ଯୁବତୀ ଆହତ ହୋଇଥିବା ବେଳେ ଚାହା ଓ ପରିବା ଦୋକାନୀ ମହିଳା ସମେତ ୪ ଜଣ ଆହତ ହୋଇ ବାଲିଗୁଡା ଉପଖଣ୍ଡ ଚିକିତ୍ସା ଳୟରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ସେପଟେ ଦୁର୍ଘଟଣାରେ ଠେଲା ଗାଡି ଚାହା ଦୋକାନ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ପରିବା ବ୍ୟବସାୟୀଙ୍କ ସମସ୍ତ ପରିବା ମଧ୍ୟ ନଷ୍ଟ ହୋଇ ଯାଇ ଥିବା ଜଣାପଡ଼ିଛି । ଚାଳକ ଜଣକ ପକାରୀ ଚର୍ଚ୍ଚ ରେ ଫାଦର ଭାବେ କାର୍ଯ୍ୟରତ ଥିବା ଜଣାପଡ଼ିଛି । ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବେପରୁଆ ଗାଡ଼ି ଚାଳକ ଓ ଗାଡିକୁ ଥାନାରେ ଅକଟ ରଖି ତଦନ୍ତ ଜାରି ରଖିଛି ବାଲିଗୁଡ଼ା ପୋଲିସ୍ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026 ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 29, 2026