୦୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> ଜିଲ୍ଳାର ଲୋକ କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ କରି ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟ ନେଇ ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ଅଭିନବ ପଦକ୍ଷେପ ଗ୍ରହଣ କରାଯାଉଛି। ତନ୍ମଧ୍ୟରୁ ଜନଜାତି ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ଲୋକ ନୃତ୍ୟ ଓ ଲୋକ ସଙ୍ଗୀତ ପ୍ରତିଯୋଗିତାର ଆୟୋଜନ କରିବା ହେଉଛି ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ଏକ ନିଆରା ପ୍ରୟାସ। କଳାର ମୌଳିକତା ବଜାୟ ରଖିବାରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ବହୁତ ସହାୟକ ହୋଇ ପାରିଛି ବୋଲି ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମତବ୍ୟକ୍ତ କରିଥିଲେ ।

