Home ଓଡ଼ିଶା ମାଗଣା ଚକ୍ଷୁ ପରୀକ୍ଷା ଶିବିର by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ହିଞ୍ଜିଳିକାଟୁ ସ୍ଵୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଡ଼. ପ୍ରକାଶ ମିଶ୍ର ଯୋଗ ଦେଇ ରିବନ କାଟି ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଓଡ଼ିଶା ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରାଧ୍ୟାପକ ଜୟନ୍ତ କୁମାର ପରିଡ଼ା, ନାକ୍ ଟିମ୍ ବିଶେଷଜ୍ଞ ସଦସ୍ୟ ନରସିଂହ ସାହୁ, ମହାବିଦ୍ୟାଳୟ ଅଧ୍ୟକ୍ଷ,ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ଚକ୍ଷୁ ବିଶେଷଜ୍ଞ ଡ଼ାକ୍ତର ପି. କୁର୍ମେୟା, ସହାୟକ ରମେଶ ଚନ୍ଦ୍ର ଦଳାଇ ଉପସ୍ଥିତ ରହି ୧୫୦ ରୁ ଉର୍ଦ୍ଧ୍ଵ ଶିକ୍ଷାର୍ଥୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ଚକ୍ଷୁ ପରୀକ୍ଷା କରିବା ସହ ଔଷଧ ବିତରଣ କରିଥିଲେ । ଯୁବ ରେଡକ୍ରସ୍ ସଂଯୋଜକ ଡକ୍ଟର ସୁଜତା ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅଧ୍ୟାପକ ପ୍ରଫୁଲ କୁମାର ରଥ, ପ୍ରଦୀପ କୁମାର ନନ୍ଦଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ । Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026