୦୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ :-> ଫୁଲବାଣୀ ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର ଙ୍କ ନିର୍ଦ୍ଧେଶ କ୍ରମେ ଫୁଲବାଣୀ ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ମାନବାଧିକାର ଦିବସ ୨୦୨୪ ଉପଲକ୍ଷେ ଏକ ଚିତ୍ରାଙ୍କନ ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା । ଏହି ପ୍ରଦର୍ଶନୀକୁ ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍, ଫୁଲବାଣୀ ଉଦ୍ଘାଟନ କରିଥିଲେ ।
