୧୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> ମାଲ୍ୟବନ୍ତ ମହୋତ୍ସବ ନେଇ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଅଛି । ଏମଭି-୧୧ ଗ୍ରାମରୁ ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଏହି ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ପତାକା ଦେଖାଇ ମାରାଥନର ଶୁଭାରମ୍ଭ କରିଥିଲେ । ମାଲ୍ୟବନ୍ତ ମହୋତ୍ସବ ଅବସରରେ ଯେଉଁ ମିନି ମାରାଥନ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ ହେଉଛି ତାହା କ୍ରୀଡ଼ା ପ୍ରେମୀଙ୍କ ପାଇଁ ଏକ ବିଶେଷ ସୁଯୋଗ । ନିଜର ପ୍ରତିଭାକୁ ପ୍ରଦର୍ଶନ କରିବା ସହ ଶାରୀରିକ ବିକାଶରେ ମଧ୍ଯ ଏହା ସହାୟକ ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

