୧୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :-> ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ପଞ୍ଚାୟତିରାଜ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ ମହାସମରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ଦିଗରେ ଉଲ୍ଲେଖନୀୟ ଅବଦାନକୁ ସ୍ୱୀକୃତି ଦେଇ ୧୫ଟି ବର୍ଗରେ ମନୋନୀତ ୪୫ଟି ପଞ୍ଚାୟତିରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି । ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ୍ କେଲୁଆପଲ୍ଲୀକୁ ସୁସ୍ଥ ଗ୍ରାମପଞ୍ଚାୟତ ଭାବେ ଦୀନଦୟାଲ ଉପାଧ୍ୟୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇଅଛି ।
