ପୋଷାକ ବିତରଣ ଉତ୍ସବ

୧୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ଗ୍ରାମ ପଞ୍ଚାୟତରେ ଥିବା ସରକାରୀ ଶିମିଳି ସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଅର୍ଜୁନ ମଳିକ ଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅତିଥି ଭାବେ

ବିଦ୍ୟାଳୟ ପରିଚାଳନା କମିଟି ର ଅଧ୍ୟକ୍ଷ ଅନିରୁଦ୍ଧ ମଳିକ ଙ୍କ ସମେତ ସମସ୍ତ ସଭ୍ୟ ସଭ୍ୟା ଯୋଗଦେଇ ୪୩ ଜଣ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କରିଥିଲେ । ପୋଷାକ ବଣ୍ଟନ ସମୟରେ ବିଦ୍ୟାଳୟର ଶିକ୍ଷୟତ୍ରୀ ସୌଦାମିନୀ ଦେଇ,ଶିକ୍ଷକ ଅଚ୍ୟୁତା ନନ୍ଦ ଦାସ,ଅଖିଳ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

 

Exit mobile version