୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ବରପଦା ଶଙ୍ଖିକଟା ଶାଳ ବଣ ବୁଲାଣି ନିକଟରେ ଘରୋଇ ଯାତ୍ରୀବାହୀ ବସ୍ ସହିତ ଏକ ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଅଛନ୍ତି। ଗୁରୁତର ହୋଇଥିବା ୩ ଜଣ ବସ୍ର ହେଲପର୍ ସିବିର ପ୍ରଧାନ, ବିଗ୍ନେ ବେହେରା ଓ ପ୍ରତିମା ନାୟକ ବୋଲି ଜଣାପଡ଼ିଛି l

