Home ଓଡ଼ିଶା ନୂଆଗାଁ ବ୍ଲକ୍ ପାଇଁ ଗୌରବ ଆଣିଲେ ଶିବାନୀ ପୁରସ୍କୃତ କଲେ ଦଶପଲ୍ଲା ବିଧାୟକ ଏବଂ ଜିଲ୍ଲାପାଳ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ହାଇସ୍କୁଲର ଛାତ୍ରୀ ଶିବାନୀ ପ୍ରଧାନ ଜିଲ୍ଲାରୁ ରାଜ୍ୟସ୍ତରକୁ ଉନ୍ନୀତ ହୋଇଥିବା ଜଣା ପଡ଼ିଛି।ସୂଚନା ଥାଉକି ନୟାଗଡ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଚାଲିଥିବା ଜିଲ୍ଲା ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀରେ ମାଥମେଟିକାଲ୍ ମଡେଲ ଥିମରେ ପ୍ରକଳ୍ପ “ଜିଓମେଟ୍ରିକ ପାର୍କ” ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରକୁ ଉତ୍ତୀର୍ଣ୍ଣ ହୋଇଛନ୍ତି ।. ଜିଲ୍ଲା ଶିକ୍ଷା ଅଧିକାରୀଣି ରାଜଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅତିଥି ଭାବେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ,ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ମୁନିସି ପାଲିଟି ଅଧ୍ୟକ୍ଷା ନିରୂପମା ଖଟେଇ, ନୟାଗଡ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ,ନୂଆଗାଁ ବ୍ଲକ୍ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲ ଉପସ୍ଥିତ ରହି କୃତିତ୍ୱ ଅର୍ଜନ କରିଥିବା ଶିବାନୀ ଙ୍କୁ ପୁରସ୍କୃତ କରିଥଲେ।ନୟାଗଡ ବ୍ଲକ୍ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ରେ ଶିବାନୀ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିଲେ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ନୂଆଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ,ବ୍ଲକ୍ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲ,ପ୍ରଧାନ ଶିକ୍ଷକ ଭୀମସେନ ଦାସ କୃତିତ୍ୱ ଅର୍ଜନ କରି ରାଜ୍ୟ ସ୍ତରକୁ ମନୋନୀତ ହୋଇଥିବା ଶିବାନୀ ପ୍ରଧାନଙ୍କୁ ଶୁଭେଛା ଜଣାଇବା ସହ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି।ଏହି ସଫଳତା ପାଇଁ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ କାଜଲ ପ୍ରିୟଦର୍ଶିନୀ ସହଯୋଗ କରିବା ସହ ବ୍ଲକ୍ ଠାରୁ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ପ୍ରଦର୍ଶନ କାର୍ଯ୍ୟକ୍ରମ ରେ ଶିବାନୀ ଙ୍କ ସହ ଉପସ୍ଥିତ ଥିଲେ। Categories: ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ by Proprietor Abhimanyu Maharana September 7, 2026 ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା by Proprietor Abhimanyu Maharana September 7, 2026 Soulful Sarod of Virtuoso Pt. Tejendra Majumdar and Captivating Odissi by Smt by Proprietor Abhimanyu Maharana September 7, 2026 ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା... by Proprietor Abhimanyu Maharana September 7, 2026 ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026