Home ଓଡ଼ିଶା ପ୍ରହଲ୍ଲାଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭାପୁର :-> ଭାପୁର ବ୍ଲକ ପଦ୍ମାବତୀଗ୍ରାମସ୍ଥିତ ପ୍ରହଲ୍ଲାଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୪୨ ତମ ବାର୍ଷିକ ଉତ୍ସବ ଶନିବାର ଦିନ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରବିନ୍ଦ୍ର କୁମାର ମଲ୍ଲ ଙ୍କ ସଭାପତିତ୍ବରେ ଆୟୋଜିତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଖଣ୍ଡପଡ଼ା ବିଧାୟକ ଇଂ ଦୁଷ୍ମନ୍ତ କୁମାର ସ୍ବାଇଁ ଯୋଗଦେଇଥିଲେ । ଏହି ଅବସରରେ ସମ୍ମାନିତ ଅତିଥିରୂପେ ଶିକ୍ଷାବିତ୍ ମହେନ୍ଦ୍ର କୁମାର ମହାନ୍ତି ଯୋଗ ଦେଇଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମର ସଭାପତି ଅଧ୍ୟାପକ ଫକିର ମୋହନ ସ୍ବାଇଁ, କ୍ରୀଡା ଓ କସରତର ସଭାପତି ଶରତ ଚନ୍ଦ୍ର ସାହୁ ଓ ଋଷି କୁମାର ବେହେରା ଅତିଥି ଭାବରେ ଯୋଗ ଦେଇଥିଲେ । କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ବିଧାୟକ ଶ୍ରୀ ସ୍ବାଇଁ ମାନପତ୍ର ସହ ଟ୍ରଫି ପ୍ରଦାନ କରି ସଭାରେ ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ବିଧାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ପରିଦର୍ଶନ କରିବା ସହିତ ଛାତ୍ରଛାତ୍ରୀ ମାନଙ୍କର ମୌଳିକ ସମସ୍ୟା ଉପରେ ଆଲୋକପାତ କରିଥିଲେ ଏବଂ ଶ୍ରେଣୀ ଗୃହର ପୁନଃ ଗଠନ, ପାଠାଗାର, ସାଇକଲ ଷ୍ଟାଣ୍ଡ, ଅଡିଟୋରିୟମ ଆଦି ନିର୍ମାଣ କାର୍ଯ୍ୟ କରିବାପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ । ଅଧ୍ୟାପକ ବିନୟ କୁମାର ସାହୁ ସଭା ପରିଚାଳନା କରିଥିବାବେଳେ ବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ by Proprietor Abhimanyu Maharana October 12, 2026 ୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ by Proprietor Abhimanyu Maharana October 12, 2026 ବାଲିଗୁଡ଼ାରେ ସିରିଜ୍ ଦୁର୍ଘଟଣା; ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ by Proprietor Abhimanyu Maharana October 12, 2026 ଜନ୍ମମାଟିରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା "ମୋ ପରିବାର" by Proprietor Abhimanyu Maharana October 12, 2026 CaratLane - A TATA Product Launches its 374th store in Bhubaneswar by Proprietor Abhimanyu Maharana October 12, 2026 ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ by Proprietor Abhimanyu Maharana October 12, 2026