Home ଓଡ଼ିଶା ମାଧବାନନ୍ଦ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକ ଉତ୍ସବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନାଚୁଣୀ :- ନାଚୁଣୀ ସ୍ଥିତ ମାଧବାନନ୍ଦ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ନଵମ ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ଼୍ୟ ପରିଵେଶ ରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ର ସମ୍ପାଦକ ସୁକାନ୍ତ କୁମାର ନନ୍ଦ ଙ୍କ ସାମଗ୍ରିକ ପରିଚାଳନା ରେ ଅନୁଷ୍ଠିତ ଏହି ଉତ୍ସବ ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ କାଳିଜାଇ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଗଙ୍ଗାଧର ପ୍ରଧାନ -ମୁଖ୍ୟ ଅତିଥି, ବାଣପୁର ଗ୍ରାମୀଣ ମହିଳା ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ପ୍ରଶାନ୍ତ କୁମାର ଦାଶ, ବାଣପୁର ବ୍ଲକ ର ପ୍ରାକ୍ତନ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବିରଞ୍ଚି ନାରାୟଣ ପ୍ରସାଦ ନାୟକ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ , ବାଣପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଅଧ୍ୟକ୍ଷ ଶ୍ରୀ ବତ୍ସ ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସାଂପ୍ରତିକ ଶିକ୍ଷା, ଶିକ୍ଷକ, ଶିକ୍ଷାର୍ଥୀ ଓ ଶିକ୍ଷାୟତନ ସମ୍ପର୍କରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ । ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ଙ୍କ ମଞ୍ଚ ସନ୍ ଯୋଜନା ରେ ଅନୁଷ୍ଠିତ ସଭାରେ ଅତିଥି ମାନଙ୍କ ର ପରିଚୟ ପ୍ରଦାନ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ ଅନୁଷ୍ଠାନ ର ଅଧ୍ୟକ୍ଷା ରଞ୍ଜିତାଞ୍ଜଳି ମହାପାତ୍ର। ଏହି ଅବସରରେ ବିଦ୍ୟାଳୟ ର କ୍ରୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଚିତ୍ତାକର୍ଷକ ନ୍ରୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ। ବିଦ୍ୟାଳୟ ର ସମସ୍ତ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉତ୍ସବ ର ସଫଳତା ପାଇଁ ସହଯୋଗ କରିଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ by Proprietor Abhimanyu Maharana October 12, 2026 ୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ by Proprietor Abhimanyu Maharana October 12, 2026 ବାଲିଗୁଡ଼ାରେ ସିରିଜ୍ ଦୁର୍ଘଟଣା; ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ by Proprietor Abhimanyu Maharana October 12, 2026 ଜନ୍ମମାଟିରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା "ମୋ ପରିବାର" by Proprietor Abhimanyu Maharana October 12, 2026 CaratLane - A TATA Product Launches its 374th store in Bhubaneswar by Proprietor Abhimanyu Maharana October 12, 2026 ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ by Proprietor Abhimanyu Maharana October 12, 2026