୧୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନିଆଳି :-> କଟକ ଜିଲ୍ଲା ଅନ୍ତର୍ଗତ ନିଆଳି ମହାବିଦ୍ୟାଳୟ ପ୍ରାଣୀ ବିଜ୍ଞାନ ବିଭାଗର ବାର୍ଷିକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ଗବେଷଣା ବିଷୟକୁ ଲେଖାରେ ମାଧ୍ଯମରେ ପ୍ରକାଶ କରିବା ପଦ୍ଧତି ” ବିଷୟରେ ଆଲୋଚନା କରାଯାଇଥିଲା । ଏହି ଉତ୍ସଵକୁ ଓଡ଼ିଶା କୃଷି ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର, ଯୁବବୈଜ୍ଞିନିକ ଡକ୍ଟର ବିଶ୍ଵ ରଞ୍ଜନ ପାଇଟଲ ପ୍ରଦୀପ ପ୍ରଜ୍ୱଳନ କରି ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼କ୍ଟର ବିନୋଦ ବିହାରି ଦାସ ଏହି ସଭାରେ ସଭାପତି ରୂପେ କାର୍ଯ ତୁଲେଇବା ସଙ୍ଗେ ସଙ୍ଗେ ବିଶ୍ଵବିଦ୍ୟାଳୟ ସ୍ତରରେ କୃତିତ୍ୱ ଅର୍ଜନ କରିବା ପାଇଁ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପ୍ରେରଣା ଦେଇଥିଲେ ।

