୨୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ଲଘୁଚାପ ପ୍ରଭାବରେ ଗୁରୁବାର ଠାରୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବିଶେଷ କରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡି ରହି ଥିବାରୁ ଅଦିନିଆ ବର୍ଷାରେ ଭିଜୁଛି । ଚାଷୀମାନେ ଅମଳ ହୋଇଥିବା ପାଚିଲା ଧାନକୁ କିପରି ବର୍ଷା ଦାଉରୁ ରକ୍ଷା କରିବେ ସେଥିପାଇଁ କିଏ ପଲିଥିନ ଢାଙ୍କୁଛି ତ ଆଉ କିଏ ବସ୍ତାରେ ଧାନକୁ ସାଇତି ରଖୁଥିବା ଦେଖିବାକୁ ମିଳୁଛି ।
