Home ଓଡ଼ିଶା ଉଦଯାପିତ ହେଲା ସର୍ଗିଫୁଲ ୨୦୨୪ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp କୋମଳମତି ଛାତ୍ରଛାତ୍ରୀମାନଙ୍କ ପ୍ରତିଭାକୁ ସାର୍ବଜନୀନ କରିବା ଉତ୍ସବ ପାଳନର ଉଦ୍ଦେଶ୍ୟ : ମାନ୍ୟବର ମନ୍ତ୍ରୀ ୨୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସର୍ଗିଫୁଲ ଉତ୍ସବ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆବର୍ଗ କଲ୍ୟାଣ ବିଭାଗ, ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଏସସିଏସଟି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ସେହିପରି ଉତ୍ସବରେ ଅନ୍ୟାନ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଡ. ପୋମା ଟୁଡୁ ସ୍ବାଗତ ଅଭିଭାଷଣ ରଖି ଉତ୍ସବର ସଫଳତା ସମ୍ପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ଅତିଥି ଭାବେ ଅନୁସୂଚିତ ଜାତି ନିର୍ଦ୍ଦେଶକ ଲକ୍ଷ୍ମଣ କୁମାର ମଲ୍ଲିକ, ଅନ୍ୟାନ୍ୟ ପଛୁଆ ବର୍ଗ ନିର୍ଦ୍ଦେଶକ ଶ୍ରୀମତୀ ଯୁଗଳେଶ୍ବରୀ ଦାଶ, ଏଟିଏଲସି ସହନିର୍ଦ୍ଦେଶକ ଶ୍ରୀଯୁକ୍ତ ସମରେନ୍ଦ୍ର ଭୂତିଆ, ଉପନିର୍ଦ୍ଦେଶକ ଶ୍ରୀଯୁକ୍ତ ସନ୍ତୋଷ ରଥ ପ୍ରମୁଖ ଉପସ୍ଥିତ ଥିଲେ । ଉଦଯାପନୀ ସନ୍ଧ୍ୟାରେ ଯୋଗ ଦେଇ ମାନ୍ୟବର ମନ୍ତ୍ରୀ ପିଲାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ସଫଳ ଭବିଷ୍ୟତ କାମନା କରିଛନ୍ତି । ସେ କହିଛନ୍ତି, “ସର୍ଗିଫୁଲ୍’’ ପବିତ୍ରତାର ପ୍ରତୀକ । ଜନଜାତି ସମାଜର ସାମାଜିକ-ସାଂସ୍କୃତିକ-ଅର୍ଥନୈତିକ ବିକାଶର ପ୍ରତୀକ ହିସାବରେ “ସର୍ଗିଫୁଲ୍’’ ପରିଚିତ । ଏହି ଉତ୍ସବରେ ପିଲାମାନଙ୍କ ଅଂଶଗ୍ରହଣ ଏହାକୁ ଅଧିକ ପ୍ରାଣବନ୍ତ ଓ ଗରିମାମୟ କରିଛି ବୋଲି ସେ ମତପ୍ରକାଶ କରିଛନ୍ତି । ସେ ଏହା ମଧ୍ୟ କହିଛନ୍ତି, ବିଭାଗ ଅଧିନସ୍ଥ ବିଦ୍ୟାଳୟ ତଥା ଛାତ୍ରାବାସରେ ରହି ପାଠପଢୁଥିବା କୋମଳମତି ଛାତ୍ରଛାତ୍ରୀମାନଙ୍କ ପ୍ରତିଭାକୁ ସାର୍ବଜନୀନ କରିବା ଓ ସେମାନଙ୍କ ଦକ୍ଷତାକୁ ବିକଶିତ କରିବା ଏହି ଉତ୍ସବ ପାଳନର ଉଦ୍ଦେଶ୍ୟ । ଏଥିସହିତ ଏହି ସଫଳ ରାଜ୍ୟସ୍ତରୀୟ ଉତ୍ସବର ଆୟୋଜନ କରିଥିବାରୁ ବିଭାଗର ସମସ୍ତ ଅଧିକାରୀ ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର ୧୨ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ସିବିଏସଇ ବୋର୍ଡ଼ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୮ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଅଛି । ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ସଫଳ ହୋଇଥିବା ୮୮ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏକ ସ୍ବତନ୍ତ୍ର ସ୍ମରଣିକା “ସର୍ଗିଫୁଲ ୨୦୨୪” କୁ ମାନ୍ୟବର ମନ୍ତ୍ରୀ ଉନ୍ମୋଚନ କରିବା ସହ ସମ୍ପାଦକ ବରିଷ୍ଠ ପ୍ରଫେସର ଦାଶ ବେନୁହୁର ଓ ଏଟିଏଲସି ସହ ନିର୍ଦ୍ଦେଶକ ସମରେନ୍ଦ୍ର ଭୂତିଆଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ବାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା... by Proprietor Abhimanyu Maharana September 7, 2026 ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ by Proprietor Abhimanyu Maharana September 7, 2026 ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା by Proprietor Abhimanyu Maharana September 7, 2026 ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ by Proprietor Abhimanyu Maharana September 7, 2026