Home ଓଡ଼ିଶା ସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡ଼ର ଶତପ୍ରତିଶତ ସଫଳତା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୩-୨୪ ର ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରି ଏକ ନୂଆ ଇତିହାସ ରଚନା କରିଛି । ବିଦ୍ଯାଳୟର ୩ୟ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ସୁଶ୍ରୀ ପ୍ରିୟଦର୍ଶିନୀ, ପାୟଲ ଦାସ ଓ ଶୁଭଶ୍ରୀ ବାରିକ ମେଧାବୃତ୍ତି ପାଇ ଥିଲାବେଳେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ଦେଇଥିବା ବିଶ୍ବବିଜିତା ମହାନ୍ତି, ଆଦ୍ଯାଂଶୀ ପ୍ରଧାନ ଓ ଶୁଭସ୍ମିତା ପଣ୍ଡା ସଫଳତା ହାସଲ କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି । ଏହି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନନ୍ଦନ ସମାରୋହ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ପ୍ରାକ୍ତନ ନୟାଗଡ଼ ବ୍ଳକ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦେଇ କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି ବୋଲି କହିଥିଲେ । ଅଭିଭାବକ ଓ ଗୁରୁଜୀ ଗୁରୁମା ମାନଙ୍କର ଅକ୍ଳାନ୍ତ ପରିଶ୍ରମ ପାଇଁ ସାଧୁବାଦ ଜଣାଇ ଥିଲେ । ମେଧାବୃତ୍ତି ପାଇଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମୁଖ୍ଯ ଅତିଥି ମିଠା ଖୁଆଇ ଥିଲେ । ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ସାହୁ କହିଥିଲେ ଯେ, ଆମ ବିଦ୍ଯାଳୟର ଶିକ୍ଷା ଦାନ ପଦ୍ଧତି ନିଆରା । ପ୍ରତି ୨୫ ଜଣ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗୋଟିଏ ଗୋଟିଏ ବିଭାଗ କରାଯାଏ,ସରକାରୀ ମେଧାବୃତ୍ତି ପରୀକ୍ଷା ପାଇଁ ସ୍ବତନ୍ତ୍ର ଭାବେ ଶିକ୍ଷା ଦାନ ବ୍ଯବସ୍ଥା କରାଯିବା ସହିତ ଅଭିଭାବକ ମାନଙ୍କୁ ଶିଶୁ ମାନଙ୍କର ଦାୟିତ୍ୱ ନେବା ପାଇଁ ନିୟମିତ କାଉନସେଲିଂ କରାଯାଏ । କେବଳ ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା ନୁହେଁ ମାଟ୍ରିକ୍ ପରୀକ୍ଷା, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା, ଏନ୍ ଆର୍ ଟି ଏସ୍ ଆଦି ସମସ୍ତ ପରୀକ୍ଷାରେ ଆମ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ଶତପ୍ରତିଶତ ରେଜଲ୍ଟ କରି ଆସୁଛନ୍ତି । ପରିଶେଷରେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଧନ୍ଯବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026 Utkal Hospital Observes World Heart Day by Proprietor Abhimanyu Maharana October 1, 2026