Home ଓଡ଼ିଶା ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସେମାନେ ହେଲେ ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆ । ଶ୍ରୀମନ୍ଦିର ଆଇନ୍ ୨୧କ ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ, ସେନେଇ ସନ୍ତୋଷଜନକ କୈଫିୟତ ରଖିବାକୁ ୭ ଦିନର ସମୟ ଦିଆଯାଇଛି । ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଏହି କେଫିୟତ ଦାଖଲ କରିବାକୁ କୁହାଯିବା ସହ ଧାର୍ଯ୍ୟ ସମୟ ଭିତରେ ଏହା ହସ୍ତଗତ ନହେଲେ, କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ କରାଯାଇଅଛି । ନୋଟିସରେ କୁହାଯାଇଛି ଯେ, ଗତ ୧୬ ତା ରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ କରିଥିଲେ । ଏହି ଘଟଣାକୁ ଯୋଗୁଁ ଶ୍ରୀମନ୍ଦିର ପରିସରରେ ସେତେବେଳ ଉପସ୍ଥିତ ଥିବା ଭକ୍ତଙ୍କ ମାନେ ଶୃଙ୍ଖଳା ନେଇ ସନ୍ଦେହ ପ୍ରକାଶ କରିଥିଲେ । ସେହିପରି ଶ୍ରୀମନ୍ଦିର ଗାରିମା ଓ ମର୍ଯ୍ୟାଦା ମଧ୍ୟ କ୍ଷୁର୍ଣ୍ଣ ହୋଇଥିଲା । ତେଣୁ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ ସେନେଇ ସନ୍ତୋଷଜନକ କୈଫିୟତ ଦାଖଲ କରିବାକୁ ନୋଟିସରେ କୁହାଯାଇଅଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏହି ନୋଟିସ୍ ଜାରି କରିବା ସହ ଆଉଥରେ ସ୍ପଷ୍ଟ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ । ଶ୍ରୀମନ୍ଦିର ଗାରିମା ଉପରେ ପ୍ରଭାବ ପକାଉଥିବା ଏଭଳି ଘଟଣା ଉପରେ କଡା ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଆଗକୁ ମଧ୍ୟ ଗ୍ରହଣ କରାଯିବ । Categories: ଓଡ଼ିଶା, ପୁରୀ, ହୋମ୍ Related Content ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ by Proprietor Abhimanyu Maharana August 7, 2026 ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ by Proprietor Abhimanyu Maharana August 7, 2026 ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ by Proprietor Abhimanyu Maharana August 7, 2026 ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି by Proprietor Abhimanyu Maharana August 7, 2026 Vedanta Aluminium Coal Mines Strengthen Rural Education Across Jharsuguda and Sundargarh Districts Through Project Vidya by Proprietor Abhimanyu Maharana August 7, 2026 ମାଟିଆପଡା ଓଭରବ୍ରିଜରେ ଅଧିକ ଲାଇଟ ଓ ସିସିଟିଭି ଲଗାଯାଉ by Proprietor Abhimanyu Maharana August 7, 2026