୨୩ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ବାଙ୍କୀ ସରସ୍ୱତୀ ଶିଶୁମନ୍ଦିରର ଦ୍ୱାତ୍ରିଂଶତମ ବାର୍ଷିକ ଉତ୍ସବ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧୟକ ଦେବୀରଞ୍ଜନ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନେ ଭବିଷ୍ୟତରେ ଭଲ ମଣିଷ ହେବାପାଇଁ ଆହ୍ୱାନ ଦେଇଥିଲେ । ମୁଖ୍ୟବକ୍ତା ଭାବେ ପୂର୍ବ ସମ୍ଭାଗ ଶିକ୍ଷା ସମିତିର ସଭାପତି କୁଳମଣି ମିଶ୍ର, ସମ୍ମାନିତ ଅତିଥି ଭାବେ ଜଳସଂପଦ ବିଭାଗର ମୁଖ୍ୟଯନ୍ତ୍ରୀ ଦିଲ୍ଲୀପ କୁମାର ରାଉତ, ସମାଜସେବୀ ସିଦ୍ଧାର୍ଥ ସାହୁ, ଧରଣୀଧର ସାହୁ, ସଦସ୍ୟ ମନୋଜ କୁମାର ସାହୁ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍ବୋଧନ ଦେଇଥିଲେ ।
