Home ଓଡ଼ିଶା ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :- ଗଜପତି ଜିଲ୍ଲା ନୁଆଗଡ ବ୍ଲକ ଅନ୍ତର୍ଗତ ପୁଟୁପଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୁଟୁପଡା ଗ୍ରାମ ପଞ୍ଚାୟତ ସମେତ ବେତରସିଂ, ଟାଙ୍ଗୀଲି ଓ ଆତରସିଂ ନେଇ ଅନୁଷ୍ଟିତ ହୋଇଥିଲା । ପଞ୍ଚାୟତର ସମୁଦାୟ ମୋଟ-୫୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୧୧ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୪ ଆସିଥିଲା । ଏହି ସବୁ ସମସ୍ତ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପାନୀୟ ଜଳ, ନେଟୱାର୍କ, ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ବାଦ୍ଧକ୍ୟ ଭତ୍ତା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଏଥିପ୍ରତି ତହସିଲ ପ୍ରଶାସନ ଦ୍ବାରା ପ୍ରସ୍ତୁତି କରିଥିବା ୩୮ ଜଣଙ୍କୁ ଏଫଆରଏ ପଟା ବଣ୍ଟନ କରାଯିବା ସହ ବିଭିନ୍ନ ବିଭାଗୀୟ ଦ୍ବାରା ପ୍ରସ୍ତୁତି ହୋଇଥିବା ଷ୍ଟଲ ବୁଲି ଦେଇଥିଲେ । ଏଥିରେ ବିଭିନ୍ନ ବିଭାଗର ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକଙ୍କୁ ବିଭାଗୀୟ କର୍ମଚାରୀ ସଚେତନ କରାଇଥିଲେ । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାର୍ଯ୍ୟ, ବ୍ଳକ ଉପାଧ୍ୟକ୍ଷ ନିହିମୀୟ ରଇତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ଚୈତନ୍ୟ ଭୂୟାଁ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ। ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ବେତରସିଂ ପଞ୍ଚାୟତର ଅଣ୍ଡସିଂଗ୍ରାମ ଯାଇ ସେଠାରେ ମନରେଗା ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ଏବଂ ପୋଖରୀ କାମ ଦେଖି ଖୁସି ହେବା ସହ କାମ ଭଲ ହୋଇଥିବା କହିଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026 Utkal Hospital Observes World Heart Day by Proprietor Abhimanyu Maharana October 1, 2026