୨୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୁଆସାହିରେ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ ଅଗ୍ନିକାଣ୍ଡ ଘଟିବାରୁ ୧୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ସୂଚନା ପ୍ରକାରେ ପ୍ରତିଦିନ ଭଳି ଶନିବାର ଦିନ ମଧ୍ୟ କାମ ସାରି ଫ୍ୟାକ୍ଟ୍ରି ବନ୍ଦ କରିଥିଲେ ମାଲିକ ଅଶୋକ କୁମାର ସାହୁ। ବିଳମ୍ବିତ ରାତିରେ ଫ୍ୟାକ୍ଟ୍ରି ସାମ୍ନାରେ ଥିବା ନିଜ ବାସ ଗୃହରୁ ବାହାରକୁ ବାହାରିଥିବା ବେଳେ ଫ୍ୟାକ୍ଟ୍ରି ଭିତରୁ ଧୁଆଁ ଓ ନିଆଁ ବାହାରୁଥିବା ବିଷୟ ଶ୍ରୀ ସାହୁ ଦେଖି ଅଗ୍ନିଶମ ବାହିନୀକୁ ଜଣାଇଥିଲେ ।

