୩୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୁରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଙ୍କର ୧୩୫ ତମ ଜୟନ୍ତୀ ଅବସରରେ ଆଜି ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ଥାପିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯାର୍ପଣ କରାଯାଇଛି। ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମ୍ରତି ପରିଷଦ ସଂପାଦକ ପ୍ରଦୀପ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ସ୍ମୃତି ଚାରଣ କରିଥିଲେ।

