
0୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ଆସନ୍ତା ଜାନୁଆରୀ ୫ତା ରୁ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହା ଆୟୋଜିତ ହେଉଛି । ଜାନୁଆରୀ ୫ ତାରିଖରୁ ଜାନୁଆରୀ ୧୬ ତାରିଖ ଯାଏଁ ୧୨ଦିନ ଧରି ଚାଲିବ ।

ଚଳିତ ବର୍ଷର ମୁଖ୍ୟ ଆକର୍ଷଣ ହେବ ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ୍ କୋର୍ଟ, ଲାଇଭ୍ ଡେମନଷ୍ଟ୍ରେସନ୍, ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ୍ । ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ନିର୍ମାଣ କରାଯାଉଥିବା ବେଳେ ୧୪୭ ଟି ଷ୍ଟଲ୍ ରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହେବ ।
