
0୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ଏହା ପରେ ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଦିଆଗଲା ଗାର୍ଡ ଅଫ ଅନର । ଏହା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ହରିବାବୁ କମ୍ଭମପତି ।
ସଚନାଯୋଗ୍ୟ, ଜାନୁଆରୀ ୩ ଅର୍ଥାତ୍ ଆସନ୍ତାକାଲି ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ହରିବାବୁ କମ୍ଭମପତି । ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।

