Home ଓଡ଼ିଶା ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପ୍ରାକ-ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମିତ୍ତ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ବିଭୁତି ଭୂଷଣ ନାୟକ ଅଧ୍ୟକ୍ଷତା କରିବା ସହ ଏହି ଜାତୀୟ ଦିବସ କୁ ଆନନ୍ଦ,ଉଲ୍ଲାସ ଓ ଶୃଙ୍ଖଳାର ସହ ପାଳନ କରିବାକୁ ଆହ୍ୱାନ ଦେଇଥିଲେ। ପ୍ରତ୍ୟେକ ବିଭାଗ ସେମାନଙ୍କ ଦାୟିତ୍ବ ସୁଚାରୁରୂପେ ନିର୍ବାହ ପାଇଁ ସେ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଶ୍ରୀଯୁକ୍ତ ନେତ୍ରାନନ୍ଦ ମଲ୍ଲିକ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣି ପ୍ରମୁଖଙ୍କ ଉପସ୍ଥିତିରେ ଉକ୍ତ ବୈଠକରେ ଚଳିତ ସାଧାରଣତନ୍ତ୍ର ଦିବସ -୨୦୨୪ ଜାତୀୟ ଉତ୍ସବ ପାଳନ ଉପଲକ୍ଷେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ଆଲୋଚନା କରାଯିବା ସହ ଏହି ଜାତୀୟ ଉତ୍ସବ କୁ ସମ୍ମାନ ଓ ମର୍ଯ୍ୟlଦା ର ସହିତ ଜାତୀୟତାବୋଧ ବଜାୟ ରଖି ଜିଲ୍ଲା ସ୍ତରୀୟ ଉତ୍ସବ ପାଳନରେ ସମସ୍ତ ଶିକ୍ଷାନୁଷ୍ଠାନ, ସରକାରୀ ବିଭାଗ, ସ୍ଵେଚ୍ଛାସେବି ସଂଗଠନ, ସର୍ବପରି ଜନସାଧାରଣ ବିପୁଳ ସଂଖ୍ୟାରେ ଯୋଗଦାନ କରି ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ପରେ ବିସ୍ତୃତ ଆଲୋଚନା ପରେ ସ୍ଥିର ହେଲାଯେ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ୨୬ ଜାନୁଆରୀରେ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ ଓ ଉଦବୋଧନ ପ୍ରଦାନ କରିବେ। ପରେ ପଡିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ , ପୁରସ୍କାର ବିତରଣ,ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ପରେ ମୁଖ୍ୟ ଅତିଥି ଉତ୍କଳ ବାଳାଶ୍ରମର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ, ଭିନ୍ନକ୍ଷମ ବିଦ୍ୟାଳୟରେ ମିଷ୍ଟାନ୍ନ ବଣ୍ଟନ, ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ ପରେ ରକ୍ତ ଦାନ ଶିବିରରେ ଯୋଗ ଦେବେ।. ବୈଠକରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ,ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ର କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ। ସବିଶେଷ ଆଲୋଚନା ପରେ, ପୂର୍ବବର୍ଷର ସମସ୍ତ କାର୍ଯ୍ୟ ବିବରଣୀ ଦ୍ୱାରା ଏ ବର୍ଷର କାର୍ଯ୍ୟକ୍ରମ ମାନ ସ୍ଥିରୀକୃତ ହୋଇ ସର୍ବ ସମ୍ମତି କ୍ରମେ ନିଷ୍ପତ୍ତି ନିଆଗଲା। ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ, ରାମଧୂନ, ପ୍ରଭାତଫେରୀ ଜାତୀୟ ପତାକା ଉତ୍ତୋଳନ ଓ ମୁଖ୍ୟ ଅତିଥିଙ୍କ ଅଭିବାଦନ ଗ୍ରହଣ, ବହୁ ଭାଷା କବି ସମ୍ମିଳନୀ, ଫଳ-ବିସ୍କୁଟ /ମିଷ୍ଠାନ୍ନ ବଣ୍ଟନ, ପୁରସ୍କାର ବିତରଣୀ ଉତ୍ସବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ପ୍ରସ୍ତୁତି କାର୍ଯ୍ୟକ୍ରମ ବିଷୟରେ ଅତିରିକ୍ତ ଜିଲ୍ଲାପାଳ ଆଲୋଚନା କରି ସମସ୍ତ ବିଭାଗୀୟ କର୍ମଚାରୀଙ୍କୁ ଯଥାରୀତି ଦାୟିତ୍ୱ ନେବା ବିଷୟରେ ଅବଗତ କରାଇଥିଲେ। ଅଭ୍ୟାସ ପ୍ୟାରେଡ ଚଳିତ ମାସ ୨୨, ୨୩ ଓ ୨୪ ତାରିଖ ପୂର୍ବାହ୍ନ ୭:୩୦ ଘଟିକା ରେ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ହେବ। ପ୍ୟାରେଡ଼ ପଡିଆ ସଜ୍ଜା, ବ୍ୟାରିକେଡ ନିର୍ମାଣ, ଶାନ୍ତି ଶୃଙ୍ଖଳା ରକ୍ଷା, ପରିଷ୍କାର ପରିଛନ୍ନତା, ପାନୀୟ ଜଳ ଯୋଗାଣ, ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା,ଉତ୍ସବ ମଞ୍ଚକୁ ଫୁଲ କୁଣ୍ଡରେ ସଜେଇବା ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ବିଭାଗୀୟ ଅଧିକାରୀ ଏହାକୁ ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦିଆଗଲା। ପ୍ରତ୍ୟେକ ବିଭାଗ ସେମାନଙ୍କ କାର୍ଯ୍ୟାଳୟକୁ ତ୍ରିରଙ୍ଗା ଆଲୋକ ମାଳାରେ ସଜ୍ଜିତ କରିବାକୁ ଅନୁରୋଧ କରାଗଲା। ବୈଠକରେ ଡି.ଏସ.ପି., ଡି.ଆଇ.ବି., ରିଜର୍ଭ ପୋଲିସ ଇନ୍ସପେକ୍ଟର , ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ୍ତ (ରାସ୍ତା ଓ ଗୃହ), ବାରିପଦା ପ୍ରମୁଖଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ପଦାଧିକାରୀ, ଶିକ୍ଷାନୁଷ୍ଠାନ ର ମୁଖ୍ୟ ତଥା ଶିକ୍ଷକ ଶିକ୍ଷୟତ୍ରୀ , ଅଧ୍ୟାପକ ଅଧ୍ୟାପିକା ,ସ୍ଵେଚ୍ଛାସେବି ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଠ ନାଗରିକ,ଗଣମାଧ୍ୟମ ର ପ୍ରତିନିଧି ମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରି ମତପୋଷଣ କରିଥିଲେ। ପରିଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମଲ୍ଲିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି, ଜିଲ୍ଲାପାଳଙ୍କ ଅନୁମତି କ୍ରମେ ସଭା ସାଙ୍ଗ କରିବାକୁ ଘୋଷଣା କରିଥିଲେ। Categories: ଓଡ଼ିଶା, ମୟୁରଭଞ୍ଜ, ହୋମ୍ Related Content ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି by Proprietor Abhimanyu Maharana July 22, 2026 ବିଦ୍ୟାଳୟ ପରିଚାଳନା କମିଟି ଗଠିତ by Proprietor Abhimanyu Maharana July 22, 2026 ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା" କର୍ମଶାଳା by Proprietor Abhimanyu Maharana July 22, 2026 ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା by Proprietor Abhimanyu Maharana July 22, 2026 ନାକଚଣା ଦ୍ବାରରେ ଲାଗିଲା ତାଳଧ୍ଵଜ ଓ ନନ୍ଦିଘୋଷ ରଥ by Proprietor Abhimanyu Maharana July 22, 2026 ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ by Proprietor Abhimanyu Maharana July 22, 2026