* ଜମକିବ ଖାଦ୍ୟ ମହୋତ୍ସବ, ପାର୍କ ଉତ୍ସବ
* ଜିକିମିକି ଆଲୋକରେ ସଜେଇ ହେବ ଭୁବନେଶ୍ୱର

୦୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ପ୍ରବାସୀ ଭାରତୀୟ ଦିବସରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟକୁ ଉଜ୍ଜୀବିତ କରିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଆୟୋଜିତ ହେଉଛି ‘ଏକାମ୍ର ଉତ୍ସବ’ l ଜାନୁଆରୀ ୫ରୁ ୧୬ ପର୍ଯ୍ୟନ୍ତ ଏହି ଉତ୍ସବ ଚାଲିବ l ତେବେ ପ୍ରବାସୀ ଭାରତୀୟ ଦିବସ (ପିବିଡି)୨୦୨୫ର ୧୮ତମ ସଂସ୍କରଣ ପାଳନ ନେଇ ଚଳିତ ଥର ଏହି ଉତ୍ସବକୁ ରାଜଧାନୀରେ ଭବ୍ୟ ଭାବେ ଆୟୋଜନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଁଚିଛି l ଏନେଇ ଉତ୍ସବକୁ ବିଭିନ୍ନ ବର୍ଗରେ ବିଭକ୍ତ କରାଯାଇଥିବା ବେଳେ ପାର୍କ ଉତ୍ସବ, ଖାଦ୍ୟ ମହୋତ୍ସବ, ସହର ଆଲୋକୀକରଣ , ଫ୍ଲୀ ମାର୍କେଟ ଏବଂ ଏକାମ୍ର ୱାକ୍ସ ଭଳି କାର୍ଯ୍ୟକ୍ରମକୁ ଅଧିକ ଗୁରୁତ୍ୱ ଦିଆଯାଉଛି l
