Home ଓଡ଼ିଶା ପ୍ରବାସୀ ଭାରତୀୟ ଦିବସରେ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp 0୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନ ଠାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ମାନ୍ୟବର ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଜାନୁଆରୀ ୯ ତାରିଖରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଘାଟନୀ ସମାରୋହରେ ଯୋଗଦେବାକୁ ଥିବା ବେଳେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଜାନୁଆରୀ ୧୦ ତାରିଖରେ ଏହାର ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ । ଏହି ଉପଲକ୍ଷେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ଭଲ ଭାବେ ଆୟୋଜନ କରାଯିବା ନେଇ ମୁଖ୍ୟ ଶାସନ ସଚିବ ସମସ୍ତ ପ୍ରସ୍ତୁତି କରିବାକୁ ଗୁରୁତ୍ୱାରୋପ କରିଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀ ଏଥିପାଇଁ ଜାନୁଆରୀ ୮ ତାରିଖ ସଂଧ୍ୟା ୭ ଟାରେ ବିଶାଖାପାଟଣା ବିମାନବନ୍ଦରରୁ ବାହାରି ଭୁବନେଶ୍ୱରର ବିମାନ ବନ୍ଦରରେ ଅବତରଣ କରି ରାତ୍ର ୮.୧୫ ରେ ରାଜଭବନରେ ପହଁଚି ସେଠାରେ ରାତ୍ରିଯାପନ କରିବେ ଏବଂ ତହିଁ ପରଦିନ ୯ ତାରିଖ ୧୦ ଟା ସମୟରେ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ-୨୦୨୫ ର ଶୁଭ ଉଦଘାଟନ କରିବେ । ଏହାପରେ ମାନ୍ୟବର ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦାନ ପରେ ପୂର୍ବାହ୍ନ ୧୧ .୫୫ ରେ ନୂଆ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ସେହିପରି ମାନ୍ୟବର ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଜାନୁଆରୀ ୯ ତାରିଖ ଅପରାହ୍ଣ ୩.୦୦ ଟା ସମୟରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ଅପରାହ୍ଣ ୪ ଟା ୩୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସେଦିନ ରାଜ ଭବନରେ ରହଣି କରିବେ । ମାନ୍ୟବର ରାଷ୍ଟ୍ରପତି ୧୦ ତାରିଖରେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ଅବସରରେ ପୂର୍ବାହ୍ଣ ୧୧ .୪୦ ରେ ଜନତା ମଇଦାନରେ ପହଁଚିବେ । ସେଦିନ ସେଠାରେ ଏହି ଦିବସ ଉପଲକ୍ଷେ ଆୟୋଜିତ ଅନ୍ୟ କାର୍ଯ୍ୟକ୍ରମ ସହିତ ତ୍ରିନିଦାନ ଓ ଟୋବାଗୋର ରାଷ୍ଟ୍ରପତିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । ମାନ୍ୟବର ରାଷ୍ଟ୍ରପତି ମହୋଦୟା ସେଦିନ ଅପରାହ୍ଣ ୩.୦୦ ମି ସମୟରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ ସମ୍ମିଳନୀରେ ଯୋଗଦାନ କରିବେ ଏବଂ କାର୍ଯ୍ୟକ୍ରମ ପରେ ଅପରାହ୍ଣ ୫.୨୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ପ୍ରତ୍ୟାବର୍ତ୍ତନ କରିବେ । ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ପ୍ରସ୍ତୁତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ପ୍ରବାସୀ ଭାରତୀୟ ଦିବସ ଆୟୋଜନ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ଏହାକୁ ଭଲ ଭାବେ ଆୟୋଜନ ପାଇଁ ସବୁ ସ୍ତରରେ ସମସ୍ତେ ସହଯୋଗ ଜାରି ରଖିଥିବା ବେଳେ ପ୍ରଶାସନିକ ସ୍ତରରେ ଯେପରି ସହଯୋଗ ରହିଛି, ତାହା ଜାରି ରଖିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ । ପ୍ରବାସୀ ଭାରତୀୟ ଦିବସରେ ଅନ୍ୟ ଦେଶରୁ ଆସୁଥିବା ପ୍ରବାସୀ ଭାରତୀୟମାନେ ଯେପରି ଓଡ଼ିଶାର ସୁଖଦ ଅନୁଭୂତି ନେଇ ଯିବେ, ଓଡ଼ିଶାର ସମ୍ମାନ ରହିବ, ଏଥିପାଇଁ ସଂପୃକ୍ତ ସମସ୍ତ ବିଭାଗୀୟ ସଚିବ ଓ ପଦାଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ରାଜ ଭବନରେ ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା, କାରକେଡ୍ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ଆସିବା ବ୍ୟବସ୍ଥା, ଚିକିତ୍ସା ଓ ସ୍ୱାସ୍ଥ୍ୟ ସହାୟତା, ରାସ୍ତାର ପରିସ୍କାର ପରିଚ୍ଛନ୍ନତା , କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ସହିତ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ସୁବିଧା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ, ମଞ୍ଚ ପ୍ରସ୍ତୁତି, ଇଣ୍ଟରନେଟ୍ ସୁବିଧା, ବେରିକେଡିଂ ବ୍ୟବସ୍ଥା, ଗଣମାଧ୍ୟମରେ ପ୍ରଚାର ପ୍ରସାର, ଆବଶ୍ୟକ ପାସ୍ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଦର୍ଶକ ଓ ଅତିଥିଙ୍କ ପାଇଁ ସାମିଆନା ସହ ବସିବା ବ୍ୟବସ୍ଥା ଆଦି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଓ ସମନ୍ୱୟ ପାଇଁ ପ୍ରତି ଥର ଭଳି ଏଥର ମଧ୍ୟ ଗୃହ ବିଭାଗ ତରଫରୁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ(ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଏବଂ ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ by Proprietor Abhimanyu Maharana October 12, 2026 Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh by Proprietor Abhimanyu Maharana October 11, 2026 ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ by Proprietor Abhimanyu Maharana October 11, 2026 ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ by Proprietor Abhimanyu Maharana October 11, 2026 “Industry Must Lead Skill Development and Innovation to Drive Economic Growth”: Bhupendra Singh Poonia by Proprietor Abhimanyu Maharana October 11, 2026 ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ by Proprietor Abhimanyu Maharana October 11, 2026