୦୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ଆଜି ବାଙ୍କୀର ଶତାୟୁ ବିଦ୍ୟାଳୟ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠର ୧୦୪ତମ ପ୍ରତିଷ୍ଠା ଦିବସ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାପୀଠର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ ସଭାପତିତ୍ୱ କରିବା ସହ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍ ଗୋପୀମୋହନ କର ଯୋଗଦାନ କରି ବିଦ୍ୟାଳୟ ଜନ୍ମ ଦିନର କେକ୍ କାଟିବା ସହିତ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଆଶୀର୍ବାଦ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ଥିବା ପ୍ରଭୁ ଗଣେଶ ଓ ମା’ସରସ୍ୱତୀଙ୍କ ଠାରେ ପ୍ରାର୍ଥନା କରାଯାଇଥିଲା ।
