୦୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ରେ ୩୨୨ ଜଣ ଛାତ୍ର ଛାତ୍ରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଦେଇଛନ୍ତି । ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ମହିପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୭୦ ଜଣ ପରୀକ୍ଷା ଦେବାକୁ ନାମ ପଞ୍ଜୀକୃତ କରିଥିବା ବେଳେ ୧୫୯ ଜଣ ପରୀକ୍ଷା ଦେଇଥିଲେ ।
