Home ଓଡ଼ିଶା ରୁପ୍ରାରୋଡ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବାର୍ଷିକ ଉତ୍ସବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ଅନ୍ତର୍ଗତ ରୁପ୍ରାରୋଡ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୨୮ ତମ ବାର୍ଷିକ ଉତ୍ସବ ବହୁତ୍ ଧୁମ୍ ଧାମରେ ସ୍କୁଲ ପରିସରରେ ସମସ୍ତ ଅଭିଭାବକ ଓ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଗହଣରେ ପାଳନ ହୋଇଛି ।ସରସ୍ବତୀ ଶିଶୁ ମନ୍ଦିରର ସମ୍ପାଦକ ଶ୍ରୀ ସଞ୍ଜୀବ କୁମାର ଦାସ ପ୍ରଥମେ ଅତିଥି ପରିଚୟ ପ୍ରଦାନ କରି ଥିଲେ ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବିପିନ ବିହାରୀ ଦୀପ ମହୋଦୟ ଯୋଗଦାନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ତୁଳାପଡ଼ା କଲେଜର ଅଧ୍ୟାପକ ସମୀର ମହାପାତ୍ର , ସମ୍ମାନୀୟ ଅତିଥି ଭାବରେ ମ.ରାମପୁର କୋର୍ଟର ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ପ୍ରକାଶ ପଣ୍ଡା ଯୋଗଦେଇ ଥିଲେ ।ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀମାନେ ବିଭିନ୍ନ ପ୍ରକାରର ନାଚ ,ଗୀତ , ନାଟକ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ର ମୂଗ୍ଧ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ହେମନ୍ତ ଭୋଇ ସ୍କୁଲର ବାର୍ଷିକ ବିବରଣୀ ପାଠ କରିଥିଲେ ।ସଙ୍କୁଳ ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାଳୟର ଅନେକ ଛାତ୍ର ଛାତ୍ରୀ ମାନଂକୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥଲେ ।ଶିକ୍ଷା ବର୍ଷ ୨୩-୨୪ ରେ କୃତିତ୍ୱ ଅର୍ଜନ କରିଥିବା ଏବଂ ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ଭାଗନେଇ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମଞ୍ଚାସୀନ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ। ପରିଶେଷରେ ସରସ୍ବତୀ ଶିଶୁ ମନ୍ଦିରର ଛାତ୍ରଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ବାର୍ଷିକ ଉତ୍ସବରେ ସରସ୍ବତୀ ଶିଶୁ ମନ୍ଦିର ରୂପ୍ରାରୋଡର ସଭାପତି ଘନଶ୍ୟାମ ଭୋଇ, ଉପ ସଭାପତି ପ୍ରଭାତ ସେଠି, ରାମପୁର ବାର ଆସୋସିଏସନ୍ ର ବରିଷ୍ଠ ଆଇନଜୀବୀ ଶ୍ରୀଯୁକ୍ତ ସନାତନ ପଣ୍ଡା ,ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ , ନର୍ଲା ପ୍ରେସ ଆସୋସିଏସନର ସଭାପତି ଚିନ୍ତାମଣି ନାଏକ ,ସମ୍ପାଦକ ସନ୍ତୋଷ ପାତ୍ର ,ଉପ ସଭାପତି ଡୋଳାମଣି ସାହୁଙ୍କ ସହିତ ବିଦ୍ୟାଳୟର ସମସ୍ତ ଗୁରୁଜୀ ,ଗୁରୁମା ଏବଂ ଅଭିଭାବକ ମାନେ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ। Categories: ଓଡ଼ିଶା, କଳାହାଣ୍ଡି, ହୋମ୍ Related Content ଏକ ଯକ୍ଷ୍ମାମୁକ୍ତ ଭାରତ - କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana September 18, 2026 ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ by Proprietor Abhimanyu Maharana September 18, 2026 ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା by Proprietor Abhimanyu Maharana September 18, 2026 ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ by Proprietor Abhimanyu Maharana September 18, 2026 ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ by Proprietor Abhimanyu Maharana September 18, 2026 ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି by Proprietor Abhimanyu Maharana September 18, 2026