ମହୋତ୍ସବର ଚତୁର୍ଥ ସନ୍ଧ୍ୟାକୁ କବି ଭକ୍ତ ଚରଣ ଦାସଙ୍କ ନାମରେ ଉତ୍ସର୍ଗୀକୃତ କରାଯାଇଛି
୦୮ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିଅମ ବାଘ ସାମନ୍ତ ପଡିଆରେ ଚାଲିଥିବା ରଣପୁର ମହୋତ୍ସବ ଅର୍ଜୁନର ଚତୁର୍ଥ ଦିବସର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ମହୋତ୍ସବର ଚତୁର୍ଥ ସନ୍ଧ୍ୟାକୁ କବି ଭକ୍ତ ଚରଣ ଦାସଙ୍କ ନାମରେ ଉତ୍ସର୍ଗୀକୃତ କରାଯାଇଛି | ଏହି ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୧ ଘଟିକା ସମୟରେ ଏକ କବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା |
ଏଥିରେ ରଣପୁର ତଥା ନୟାଗଡ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ କବି କବୟିତ୍ରୀମାନେ ଯୋଗ ଦେଇ ରଣପୁର ମାଟିର ଐତିହ୍ୟ, ବୀରତ୍ୱ ଓ ଗୌରବ ଗାଥାକୁ କବିତା ମାଧ୍ୟମରେ ପାଠ କରିଥିଲେ | ଏହା ପରେ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଚତୁର୍ଥ ଦିବସର ସଭାକାର୍ଯ୍ୟ ସନ୍ଧ୍ୟା ୫ ଟାରେ ଆରମ୍ଭ ହୋଇଥିଲା | ମହୋତ୍ସବର ଚତୁର୍ଥ ସନ୍ଧ୍ୟାର ସାଧାରଣ ସଭା ମହୋତ୍ସବ କମିଟିର ସଭାପତି ତଥା ଓଡିଶାର ବାଚସ୍ପତି ସୁରମା ପାଢ଼ୀ ସଭାପତିତ୍ୱ କରିଥିଲେ |
