୦୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> ମାଲକାନଗିରି ଡିଏନକେ ଖେଳ ପଡିଆ ପରିସରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥର ଏହାକୁ କିପରି ଅଧିକ ଭଲ କରିହେବ, ବିଶେଷକରି ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିକୁ ଆକର୍ଷଣୀୟ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ଦିବସ ପାଳନ ନେଇ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପୌରୋହିତ୍ୟ କରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏହା କହିଛନ୍ତି।

