Home ଓଡ଼ିଶା ଉଦଯାପିତ ହେଲା ପୁରୀ ବେଳାଭୂମି ମହୋତ୍ସବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ସଂଧ୍ୟାରେ ପୁରୀ ବେଳାଭୂମି ମହୋତ୍ସବ ଉଦଯାପିତ ହୋଇ ଯାଇଛି । ଉଦଯାପନୀ ମହୋତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି ଏହି ମହୋତ୍ସବ ଅତ୍ୟନ୍ତ ଶୃଙ୍ଖଳିତ ଓ ସୁନ୍ଦର ଭାବେ ପରିଚାଳିତ ହୋଇ ଥିବାରୁ ଜିଲ୍ଲା ପ୍ରଶାସନ ସହ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ପୁରୀ ଆଧ୍ୟାତ୍ମିକ ଓ ପର୍ଯ୍ୟଟନ କ୍ଷେତ୍ର ଭାବେ ସୁନାମ ଅର୍ଜନ କରିଛି । ବେଳାଭୂମି ମହୋତ୍ସବ ସେଥିରେ ଏକ ନୂତନ ଫର୍ଦ୍ଦ ଯୋଡିଛି । ଏହି ମହୋତ୍ସବ କୁ ଆମେ ସମସ୍ତେ ମିଶି ନିୟମିତ କରିବା କୁ ସେ ଅନୁରୋଧ କରିଥିଲେ । ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏହି ମହୋତ୍ସବ ପାଇଁ ସମସ୍ତ ସହଯୋଗ ଯୋଗାଇ ଦେଇଥିବାରୁ ବିଧାୟକ ଶ୍ରୀ ମହାନ୍ତି ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମହୋତ୍ସବ ରେ ଏସ ପି ବିନୀତ ଅଗ୍ରୱାଲ,ବିଦାୟୀ ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ଡଃ ଶରତ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ । ପରେ ପଲ୍ଲିଶ୍ରୀ ମେଳା, ଗୁଡି ଉଡା ପ୍ରଦର୍ଶନୀ, ପୁଷ୍ପ ପ୍ରଦର୍ଶନୀ ଓ ବିଚ କ୍ରୀଡା ରେ କୃତିତ୍ବ ହାସଲକାରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ରଘୁରାଜପୁର ର ପ୍ରସିଦ୍ଧ ଗୋଟିପୁଅ ନୃତ୍ୟ ପରିବେଷଣ କରାଯାଇଥିଲା । ଶେଷରେ ସୁନାମ ଧନ୍ୟ କଣ୍ଠଶିଳ୍ପୀ ଙ୍କ ଦ୍ବାରା ସଂଗୀତ ବିଚିତ୍ରା ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଅତିରିକ୍ତ ଜିଲ୍ଲାପାଳ ସୁଶିଲ କୁମାର ମିଶ୍ର,ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା,ଡେପୁଟି କଲେକ୍ଟର ବିବେକାନନ୍ଦ ସାହୁ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ବିଭାଗ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା,ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ ସାହୁ,ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ କୁ ପରିଚାଳନା କରିଥିଲେ । Categories: ଓଡ଼ିଶା, ପୁରୀ, ହୋମ୍ Related Content ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ by Proprietor Abhimanyu Maharana August 7, 2026 ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ by Proprietor Abhimanyu Maharana August 7, 2026 ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ by Proprietor Abhimanyu Maharana August 7, 2026 ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି by Proprietor Abhimanyu Maharana August 7, 2026 Vedanta Aluminium Coal Mines Strengthen Rural Education Across Jharsuguda and Sundargarh Districts Through Project Vidya by Proprietor Abhimanyu Maharana August 7, 2026 ମାଟିଆପଡା ଓଭରବ୍ରିଜରେ ଅଧିକ ଲାଇଟ ଓ ସିସିଟିଭି ଲଗାଯାଉ by Proprietor Abhimanyu Maharana August 7, 2026