୧୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ସ୍ବାମୀ ବିବେକାନନ୍ଦଙ୍କର ଜନ୍ମ ବାର୍ଷିକୀ ପାଳନ ଅବସରରେ ଜାତୀୟ ଯୁବ ଦିବସ ମଡେଲ ଡିଗ୍ରୀ କଲେଜଠାରେ ଯୁବ ରେଡକ୍ରସ୍ ତରଫରୁ ଅନୁଷ୍ଠିତ ହୋଇଯାଇଅଛି l ଏହି ଉତ୍ସବରେ ସ୍ବାଗତ ଭାଷଣ ଦେଇ ଯୁବ ରେଡକ୍ରସ୍ ଅଧିକାରୀ ଡକ୍ଟର ଜୟରାମ ସିଂ ସାମଲ ମଞ୍ଚାସୀନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବିବେକାନନ୍ଦଙ୍କର କାର୍ଯ୍ୟାବଳୀ ଓ ନେତୃତ୍ବ ବିଷୟରେ ସୂଚନା ଦେଇଥିଲେ l ସଭାରେ ସଭାପତିତ୍ବ କରି ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥି ଯୁବପୀଢ଼ିଙ୍କୁ ଦେଶର ପ୍ରଗତି ନିମନ୍ତେ ନିଜର ଶକ୍ତି ବିନିଯୋଗ କରିବା ନିମନ୍ତେ ଆହ୍ବାନ ଦେଇଥିଲେ l
