୧୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ସିଙ୍ଗମିଲା ଗାଁ ରେ ଘଟିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହ ନେଲା ଉଗ୍ର ଋପ । ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେପଟେ ହତ୍ୟାକାରୀ ବାପା ବାଲିଗୁଡ଼ା ପୋଲିସ୍ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି ।

