Home ଓଡ଼ିଶା ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲିଲା ରାଜଭବନ : ଉଦ୍ୟାନ – ଜନସାଧାରଣଙ୍କ ସହ ମିଶିଲେ ରାଜ୍ୟପାଳ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱର ରାଜଭବନ ଉଦ୍ୟାନ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଆଜିଠାରୁ ଖୋଲାଯାଇଛି । ପ୍ରଥମ ଦିନରେ ଶୀତୁଆ ଅପରାହ୍ନସତ୍ତ୍ୱେ ତିନି ହଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ରାଜଭବନର ମନୋରମ ଉଦ୍ୟାନ ପରିଦର୍ଶନ କରିଥିଲେ । ଏହି ଅବସରରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମ୍ପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍ପାଟି ଜନସାଧାରଣଙ୍କ ସହ ମିଶି ବାର୍ତ୍ତାଳାପ କରିଥିଲେ । ନିଜର ପିତାମାତା / ଅଭିଭାବକଙ୍କ ସହ ଆସିଥିବା ଛୋଟ ଛୋଟ ଶିଶୁମାନଙ୍କ ସହ ମିଶିବା ସହିତ ସେମାନଙ୍କୁ ଚକୋଲେଟ୍ ଏବଂ ପେନ୍ ପ୍ରଦାନ କରିଥିଲେ । ଏତଦ୍ବ୍ୟତୀତ ଉଦ୍ୟାନ ପରିଦର୍ଶନ କରୁଥିବା ଭିନ୍ନକ୍ଷମମାନଙ୍କ ସହ ମିଶି ବାର୍ତ୍ତାଳାପ କରିଥିଲେ । ସୂଚନାଯୋଗ୍ୟଯେ ଦର୍ଶକମାନେ ରାଜଭବନ ଉଦ୍ୟାନର ନୈସର୍ଗିକ ଶୋଭାରାଜି, ବିଭିନ୍ନ କିସମର ବୃକ୍ଷ ଲତା, ପୁଷ୍ପରାଜି, ମ୍ୟୁଜିକ୍ ଫାଉଂଟେନ୍, ହରିଣ ଉଦ୍ୟାନ, ମୟୁର ତଥା ଅନ୍ୟାନ୍ୟ ପକ୍ଷୀ, ମୁକ୍ତ ଆକ୍ୱାରିୟମ୍ ପରିଦର୍ଶନ କରି ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ । ସୂଚନାଯୋଗ୍ୟଯେ, ଚଳିତ ଜାନୁଆରୀ ମାସ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ରାଜ ଭବନ ଉଦ୍ୟାନ ଖୋଲା ରହିବ ବୋଲି ନିଷ୍ପତି ନିଆଯାଇଛି । କେବଳ ମୋବାଇଲ୍ ଆପ୍ ପଂଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ ଏବଂ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍ ଆପ୍ ଡାଉନ୍ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍ କୋଡ଼ ମାଧ୍ୟମରେ ମୋବାଇଲ୍ ଆପ୍ ମଧ୍ୟ ଡାଉନ୍ଲୋଡ କରାଯାଇପାରିବ । ଉପରୋକ୍ତ ଧାର୍ଯ୍ୟ ତାରିଖ ଅବଧି ମଧ୍ୟରେ ଅପରାହ୍ନ ଘ ୨.୩୦ମି. ରୁ ୫ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ପରିଦର୍ଶନ ସମୟ ଧାର୍ଯ୍ୟ କରାଯାଇଛି । ସେହିପରି ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏସଂପର୍କରେ ଏ.ଡ଼ି.ସି / ଚିଫ୍ ସିକ୍ୟୁରିଟି ଅଫିସରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ ପତ୍ର ପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟ ପ୍ରତିଦିନ (ରବିବାର ବ୍ୟତୀତ) ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି । ଏ ସଂପର୍କରେ ଅଧିକ ବିବରଣୀ ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ୱେବ୍ସାଇଟ୍ www.rajbhavanodisha.gov.in ପରିଦର୍ଶନ କରିପାରିବେ । ସ୍କୁଲ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମ ଓ ପରିଚୟ କାର୍ଡ଼ ପରିଧାନ ପୂର୍ବକ ଶିକ୍ଷକ / ଶିକ୍ଷୟିତ୍ରୀ / ସ୍କୁଲ କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଆସିବାକୁ ସୂଚନା ଦିଆଯାଇଛି । ଉଲ୍ଲେଖଯୋଗ୍ୟଯେ ସମସ୍ତ ଉଦ୍ୟାନ ଦର୍ଶନାର୍ଥୀମାନଙ୍କ ପାଇଁ ନ୍ୟୁ ଅଭିଷେକ ହଲ୍ ନିକଟସ୍ଥ ୩ ନମ୍ବର ଗେଟ୍ରେ ପ୍ରବେଶ ଏବଂ ସିକ୍ୟୁରିଟି ବାରାକ ନିକଟସ୍ଥ ଗେଟ୍ରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । Categories: ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍ Related Content ବିରିଡି ବ୍ଲକ ରେ "ହର ଘର ତ୍ରିରଙ୍ଗା" ଶୋଭାଯାତ୍ରା by Proprietor Abhimanyu Maharana August 14, 2026 ନୟାଗଡ଼ରେ ଏବିଭିପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା by Proprietor Abhimanyu Maharana August 14, 2026 ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଗବେଷଣା ତଥା ପଢ଼ାପଢ଼ି ପାଇଁ ଶରୀର ଦାନ କଲେ ହରିଶ ପ୍ରଧାନ ଆଉ ତାଙ୍କ ସହଧର୍ମିଣୀ by Proprietor Abhimanyu Maharana August 14, 2026 ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର by Proprietor Abhimanyu Maharana August 14, 2026 ‘ହର ଘର ତ୍ରିରଙ୍ଗା’ ପାଇଁ ଟାଙ୍ଗୀରେ ବିରାଟ ଶୋଭାଯାତ୍ରା by Proprietor Abhimanyu Maharana August 14, 2026 ମାଲକାନଗିରିରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ : ବିଶାଳ ପଦଯାତ୍ରା ଓ ବିଏସଏଫ ବାଇକ ରାଲିରେ ପ୍ରକମ୍ପିତ ହେଲା ସହର by Proprietor Abhimanyu Maharana August 14, 2026