୧୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଯୁବ ଦିବସ ପାଳନ ମହାସମାରୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ମଣ୍ଡଳପଦର ଉ:ପ୍ରା: ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ପାଟ ମାଝୀ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ବିବେକାନନ୍ଦଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ବିବେକାନନ୍ଦ ଙ୍କ ସ୍ମୃତି ଉଚ୍ଚାରଣ ସହ ତାଙ୍କ ଚିନ୍ତା ଓ ବିଚାର ଧାରା କୁ ପ୍ରସାର ପାଇଁ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ l

