Home ଓଡ଼ିଶା ଅଜଣା ଦୁର୍ବୃତ୍ତଙ୍କ ଛୁରା ମାଡରେ ଦୁଇ ଯୁବକ ଗୁରୁତର, ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଉପକଣ୍ଠ ପାଣ୍ଡୁଲି ସାହିରେ ଅଘଟଣ । ଅଜଣା ଦୁର୍ବୃତ୍ତଙ୍କ ଛୁରାମାଡରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଫୁଲବାଣୀ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା ସୂଚନା ମିଳିଛି । ଗୁରୁତର ମାନେ ହେଲେ, ଖଜୁରୀପଡା ଥାନା ଅଞ୍ଚଳର ସଞ୍ଜୟ ପ୍ରଧାନ ଏବଂ ଫୁଲବାଣୀ ଟାଉନ ଥାନା ଜିରିଙ୍ଗପଡା ଅଞ୍ଚଳର ରାଜା ମହାନନ୍ଦିଆ । ତେବେ କେଉଁ କାରଣରୁ ଆକ୍ରମଣ କରାଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପ୍ରତ୍ୟକ୍ଷ ଦର୍ଶୀଙ୍କ ସୂଚନା ଅନୁଯାୟୀ, ୩ ଜଣ ଅଜଣା ଯୁବକ ଗତକାଲି ସନ୍ଧ୍ୟାରେ ଏକ ମୋଟର ସାଇକେଲରେ ଆସି ଅଚାନକ ସେମାନଙ୍କୁ ଆକ୍ରମଣ କରି ଘଟଣା ସ୍ଥଳରୁ ଫେରାର୍ ହୋଇଯାଇଥିଲେ । ଖବର ପାଇ ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର by Proprietor Abhimanyu Maharana August 4, 2026 ତୋ ଛଡ଼ା ମୋ କେହି ନାହିଁ ' ଭଜନ ଶ୍ରୋତାର୍ପଣ by Proprietor Abhimanyu Maharana August 4, 2026 କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ by Proprietor Abhimanyu Maharana August 4, 2026 ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର by Proprietor Abhimanyu Maharana August 4, 2026 ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି by Proprietor Abhimanyu Maharana August 4, 2026 କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ by Proprietor Abhimanyu Maharana August 4, 2026