୧୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା କରିଥିଲେ ମୁଖ୍ୟ ପ୍ରଶାସଜ ଅରବିନ୍ଦ ପାଢ଼ୀ l ଏହି ଅବସରରେ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ସୂତ୍ରୀ କାର୍ଯ୍ୟାବଳୀ ଅନୁପାଳନ ସକାଶେ ପରାମର୍ଶ ଦେଇଛନ୍ତି l ସେଗୁଡିକ ହେଲା- ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ |ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ । ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨0୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ ।
