23 ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ଼ :- ନୟାଗଡ଼ ଜିଲ୍ଲାରେ ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଦ୍ୱାରା ସଦରବ୍ଲକ ଘଡ଼ୁଆଳ ପଞ୍ଚାୟତ ବ୍ରଜବଲ୍ଲଭପୁର ଗାଁରେ ଜଳ ବିଭାଜିକା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ କାଳୀଚରଣ ବେହେରା ଉପସ୍ଥିତ ରହିଥିଲେ । ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ଜଳ ବିଭାଜିକା ମାଧ୍ୟମରେ କ୍ଷେତ ପୋଖରୀ ଖନନ ଦ୍ୱାରା ଭୂତଳ ଜଳସ୍ତର ବୃଦ୍ଧି ପାଉଥିବା କହିଥିଲେ ।
