Home ଓଡ଼ିଶା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି | ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଡଃ.ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ଫଳ ବଣ୍ଟନ କରାଯାଇଥିଲା । ସନ୍ଧ୍ୟାରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା l ଏହି ସମସ୍ତ ଉତ୍ସବରେ ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଧିରଜ କୁମାର ପାତ୍ର ପରିଚାଳନା କରିଥିବା ବେଳେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେ଼ଇ, ବ୍ରଜବନ୍ଧୁ ସାହାଣୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026