୨୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ମାଲକାନଗିରି :- ଜିଲ୍ଲା ପ୍ରଶାସନ ପକ୍ଷରୁ ସଦରମହକୁମାରେ ୧୫ତମ ଜାତୀୟ ମତଦାତା ଦିବସ ପାଳନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ଏକ ୱାକାଥନ ଆୟୋଜନ କରାଯାଇଛି । ଏହାକୁ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ତଥା ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ବେଦବର ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସେହିପରି ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ଭୋଟର ଦିବସ ପାଳନ କରାଯାଇଛି ।
ଏହି ଅବସରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ତଥା ୧୪୬ ନିର୍ବାଚନ ମଣ୍ଡଳୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଦୁର୍ଯ୍ୟଧନ ଭୋଇ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ (ନିର୍ବାଚନ) ଶ୍ରୀ ଅଶୋକ ଚକ୍ରବର୍ତ୍ତୀ ,ଓ ଉପଜିଲ୍ଲାପଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ (ନିର୍ବାଚନ) ଶ୍ରୀ ଅଜୟ କୁମାର ମାଣ୍ଡାଙ୍ଗି ଉପସ୍ଥିତ ଥିଲେ।
