Home ଓଡ଼ିଶା କାଶୀନଗର ବ୍ଲକ ଅଲଡ଼ା ଗ୍ରାମ ଠାରେ ଗଜପତି ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଅଲଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅଲଡା ଗ୍ରାମ ପଞ୍ଚାୟତ ସମେତ ସାଇଲି , କିଡିଗାଁ ଓ ଗୋରିବନ୍ଧ ପଞ୍ଚାୟତର ସମୁଦାୟ ମୋଟ- ୪୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଓ ୦୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବି.ସୁଧାରାଣୀ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ, ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 30, 2026 ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026